ବିଚାରକର୍ତ୍ତା 11

ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।

Judges 11:21 (UKJV) And the LORD God of Israel delivered Sihon and all his people into the hand of Israel, and they stroke them: so Israel possessed all the land of the Amorites, the inhabitants of that country.

19ପୁଣି ଇସ୍ରାଏଲ ହିଷ୍‍ବୋନର ଇମୋରୀୟ ରାଜା ସୀହୋନ ନିକଟକୁ ଦୂତ ପଠାଇଲେ; ପୁଣି ଇସ୍ରାଏଲ ତାହାକୁ କହିଲେ, ‘ବିନୟ କରୁଅଛୁ, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କ ସ୍ଥାନକୁ ଯିବା ପାଇଁ ଆମ୍ଭମାନଙ୍କୁ ଦିଅ।’

20ମାତ୍ର ସୀହୋନ ଆପଣା ସୀମା ଦେଇ ଯିବା ପାଇଁ ଇସ୍ରାଏଲକୁ ବିଶ୍ୱାସ କରୁ ନ ଥିବାରୁ ଅନୁମତି ଦେଲା ନାହିଁ; ପୁଣି ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଯହସରେ ଛାଉଣି ସ୍ଥାପନ କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କଲା।

21ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।

22ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।

23ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.