ବିଚାରକର୍ତ୍ତା 11

ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ?

Judges 11:23 (UKJV) So now the LORD God of Israel has dispossessed the Amorites from before his people Israel, and should you possess it?

21ତହିଁରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସୀହୋନକୁ ଓ ତାହାର ସମସ୍ତ ଲୋକଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ। ଏହିରୂପେ ଇସ୍ରାଏଲ ସେହି ଦେଶ ନିବାସୀ ଇମୋରୀୟମାନଙ୍କ ସମସ୍ତ ଦେଶ ଅଧିକାର କଲେ।

22ସେମାନେ ଅର୍ଣ୍ଣୋନଠାରୁ ଯବ୍ବୋକ୍‍ ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଯର୍ଦ୍ଦନ ପର୍ଯ୍ୟନ୍ତ ଇମୋରୀୟମାନଙ୍କର ସମସ୍ତ ସୀମା ଅଧିକାର କଲେ।

23ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକ ଇସ୍ରାଏଲୀୟମାନଙ୍କ ସମ୍ମୁଖରୁ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କରିଅଛନ୍ତି, ଏବେ ତୁମ୍ଭେ କି ସେସବୁ ଅଧିକାର କରିବ?

24ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।

25କୁହ ଦେଖି, ତୁମ୍ଭେ କି ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକଠାରୁ କିଛି ଅଧିକ? ସେ କି ଇସ୍ରାଏଲ ସଙ୍ଗେ କେବେ ବିବାଦ କରିଥିଲେ? ଅବା ସେ କି କେବେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲେ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.