ବିଚାରକର୍ତ୍ତା 11

ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।”

Judges 11:27 (UKJV) Wherefore I have not sinned against you, but you do me wrong to war against me: the LORD the Judge be judge this day between the children of Israel and the children of Ammon.

25କୁହ ଦେଖି, ତୁମ୍ଭେ କି ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକଠାରୁ କିଛି ଅଧିକ? ସେ କି ଇସ୍ରାଏଲ ସଙ୍ଗେ କେବେ ବିବାଦ କରିଥିଲେ? ଅବା ସେ କି କେବେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିଥିଲେ?

26ଇସ୍ରାଏଲ ତିନି ଶତ ବର୍ଷ ହେଲା ହିଷ୍‍ବୋନ ଓ ତହିଁ ଉପନଗରରେ, ପୁଣି ଅରୋୟର ଓ ତହିଁ ଉପନଗରରେ, ଆଉ ଅର୍ଣ୍ଣୋନ ତୀରସ୍ଥିତ ସମସ୍ତ ନଗରରେ ବାସ କରୁଅଛନ୍ତି; ଏଥିମଧ୍ୟରେ ତୁମ୍ଭେମାନେ କାହିଁକି ସେସବୁ ଫେରାଇ ନ ନେଲ?

27ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।”

28ତଥାପି ଯିପ୍ତହଙ୍କ ପ୍ରେରିତ କଥା ଅମ୍ମୋନ-ସନ୍ତାନଗଣର ରାଜା ଶୁଣିଲା ନାହିଁ।

29ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପେକୁ ଗଲେ ଓ ଗିଲୀୟଦସ୍ଥିତ ମିସ୍ପେରୁ ଅମ୍ମୋନ-ସନ୍ତାନଗଣ ନିକଟକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.