27ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।”
28ତଥାପି ଯିପ୍ତହଙ୍କ ପ୍ରେରିତ କଥା ଅମ୍ମୋନ-ସନ୍ତାନଗଣର ରାଜା ଶୁଣିଲା ନାହିଁ।
29ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପେକୁ ଗଲେ ଓ ଗିଲୀୟଦସ୍ଥିତ ମିସ୍ପେରୁ ଅମ୍ମୋନ-ସନ୍ତାନଗଣ ନିକଟକୁ ଗଲେ।
30ସେସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, “ଯେବେ ତୁମ୍ଭେ ଅମ୍ମୋନ-ସନ୍ତାନମାନଙ୍କୁ ନିଃସନ୍ଦେହ ମୋହର ହସ୍ତରେ ସମର୍ପଣ କରିବ,
31ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେକେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।”