ବିଚାରକର୍ତ୍ତା 11

ସେସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, “ଯେବେ ତୁମ୍ଭେ ଅମ୍ମୋନ-ସନ୍ତାନମାନଙ୍କୁ ନିଃସନ୍ଦେହ ମୋହର ହସ୍ତରେ ସମର୍ପଣ କରିବ,

Judges 11:30 (UKJV) And Jephthah vowed a vow unto the LORD, and said, If you shall without fail deliver the children of Ammon into mine hands,

28ତଥାପି ଯିପ୍ତହଙ୍କ ପ୍ରେରିତ କଥା ଅମ୍ମୋନ-ସନ୍ତାନଗଣର ରାଜା ଶୁଣିଲା ନାହିଁ।

29ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପେକୁ ଗଲେ ଓ ଗିଲୀୟଦସ୍ଥିତ ମିସ୍ପେରୁ ଅମ୍ମୋନ-ସନ୍ତାନଗଣ ନିକଟକୁ ଗଲେ।

30ସେସମୟରେ ଯିପ୍ତହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ ମନାସି କହିଲେ, “ଯେବେ ତୁମ୍ଭେ ଅମ୍ମୋନ-ସନ୍ତାନମାନଙ୍କୁ ନିଃସନ୍ଦେହ ମୋହର ହସ୍ତରେ ସମର୍ପଣ କରିବ,

31ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେକେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।”

32ଏଉତ୍ତାରେ ଯିପ୍ତହ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ପାର ହୋଇଗଲେ ଓ ସଦାପ୍ରଭୁ ସେମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.