ବିଚାରକର୍ତ୍ତା 11

ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।”

Judges 11:35 (UKJV) And it came to pass, when he saw her, that he rent his clothes, and said, Alas, my daughter! you have brought me very low, and you are one of them that trouble me: for I have opened my mouth unto the LORD, and I cannot go back.

33ତହିଁରେ ସେ ଅରୋୟରଠାରୁ ମିନ୍ନୀତ ନିକଟ ପର୍ଯ୍ୟନ୍ତ କୋଡ଼ିଏ ନଗର ଓ ଅବେଲ୍‍-କରାମୀମ୍‍ ପର୍ଯ୍ୟନ୍ତ ଅତି ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏରୂପେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ପରାସ୍ତ ହେଲେ।

34ଏଥିଉତ୍ତାରେ ଯିପ୍ତହ ମିସ୍ପାରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।

35ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।”

36ତହିଁରେ ସେ ତାଙ୍କୁ କହିଲା, “ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି।”

37ଆହୁରି ସେ ଆପଣା ପିତାକୁ କହିଲା, “ମୋʼ ପାଇଁ ଏହି କଥା କରାଯାଉ; ମୋତେ ଦୁଇ ମାସ ଛାଡ଼ିଦିଅ, ତହିଁରେ ମୁଁ ଆପଣା ସଖୀମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ଆପଣା କୁମାରୀତ୍ୱ ବିଷୟରେ ବିଳାପ କରିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.