36ତହିଁରେ ସେ ତାଙ୍କୁ କହିଲା, “ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି।”
37ଆହୁରି ସେ ଆପଣା ପିତାକୁ କହିଲା, “ମୋʼ ପାଇଁ ଏହି କଥା କରାଯାଉ; ମୋତେ ଦୁଇ ମାସ ଛାଡ଼ିଦିଅ, ତହିଁରେ ମୁଁ ଆପଣା ସଖୀମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ଆପଣା କୁମାରୀତ୍ୱ ବିଷୟରେ ବିଳାପ କରିବି।”
38ତହୁଁ ସେ କହିଲେ, “ଯାଅ।” ଆଉ ସେ ଦୁଇ ମାସ ପାଇଁ ତାହାକୁ ବିଦାୟ କଲେ; ତହିଁରେ ସେ ଓ ତାହାର ସଖୀମାନେ ପର୍ବତମୟ ସ୍ଥାନକୁ ଯାଇ ତାହାର କୁମାରୀତ୍ୱ ବିଷୟରେ ବିଳାପ କଲେ।
39ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ। ସେ ପୁରୁଷର ପରିଚୟ ପାଇ ନ ଥିଲା।
40ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା।