2ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ିଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”
3ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।
4କିଛି ଦିନ ପରେ ଅମ୍ମୋନ-ସନ୍ତାନଗଣ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଲାଗିଲେ।
5ପୁଣି ଅମ୍ମୋନ-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ ଦେଶରୁ ଆଣିବାକୁ ଗଲେ।
6ଆଉ ସେମାନେ ଯିପ୍ତହଙ୍କୁ କହିଲେ, “ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।”