7ତହିଁରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ କି ମୋତେ ଘୃଣା କରି ମୋହର ପିତୃଗୃହରୁ ମୋତେ ତଡ଼ିଦେଇ ନାହଁ? ପୁଣି ଏବେ ଦୁର୍ଦ୍ଦଶାରେ ପଡ଼ିଅଛ ବୋଲି ମୋର ନିକଟକୁ କାହିଁକି ଆସିଅଛ?”
8ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ୱରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ।”
9ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ତ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ୱରୂପ ହେବି?”
10ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ।”
11ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପାରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।