1ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।”
2ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, “ଅମ୍ମୋନ-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।
3ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”