ବିଚାରକର୍ତ୍ତା 12

ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ “ଆମ୍ଭକୁ ପାର ହୋଇ ଯିବାକୁ ଦିଅ” ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, “ତୁମ୍ଭେ କି ଇଫ୍ରୟିମୀୟ ଲୋକ?” ଯେବେ ସେ କହିଲା, “ନା;”

Judges 12:5 (UKJV) And the Gileadites took the passages of Jordan before the Ephraimites: and it was so, that when those Ephraimites which were escaped said, Let me go over; that the men of Gilead said unto him, Are you an Ephraimite? If he said, Nay;

3ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”

4ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, “ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।”

5ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ “ଆମ୍ଭକୁ ପାର ହୋଇ ଯିବାକୁ ଦିଅ” ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, “ତୁମ୍ଭେ କି ଇଫ୍ରୟିମୀୟ ଲୋକ?” ଯେବେ ସେ କହିଲା, “ନା;”

6ତେବେ ସେମାନେ ତାହାକୁ କହିଲେ, କହ ତ “ଶିବ୍ବୋଲେତ୍‍” ତହିଁରେ ସେ କହିଲା, “ସିବ୍ବୋଲେତ୍‍,” କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ।

7ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏଥିଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.