4ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, “ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।”
5ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ “ଆମ୍ଭକୁ ପାର ହୋଇ ଯିବାକୁ ଦିଅ” ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, “ତୁମ୍ଭେ କି ଇଫ୍ରୟିମୀୟ ଲୋକ?” ଯେବେ ସେ କହିଲା, “ନା;”
6ତେବେ ସେମାନେ ତାହାକୁ କହିଲେ, କହ ତ “ଶିବ୍ବୋଲେତ୍” ତହିଁରେ ସେ କହିଲା, “ସିବ୍ବୋଲେତ୍,” କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ।
7ଯିପ୍ତହ ଛଅ ବର୍ଷ ଇସ୍ରାଏଲର ବିଚାର କଲେ। ଏଥିଉତ୍ତାରେ ଗିଲୀୟଦୀୟ ଯିପ୍ତହ ମଲେ ଓ ଗିଲୀୟଦୀୟ ଏକ ନଗରରେ କବର ପାଇଲେ।
8ତାହା ଉତ୍ତାରେ ବେଥଲିହିମର ଇବ୍ସନ୍ ଇସ୍ରାଏଲର ବିଚାର କଲେ।