ବିଚାରକର୍ତ୍ତା 13

ତହୁଁ ମାନୋହ କହିଲା, “ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?”

Judges 13:12 (UKJV) And Manoah said, Now let your words come to pass. How shall we order the child, and how shall we do unto him?

10ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକୁ ସମ୍ବାଦ ଦେଇ କହିଲା, “ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।”

11ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, “ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ?” ସେ କହିଲେ, “ହଁ, ମୁଁ ସେହି।”

12ତହୁଁ ମାନୋହ କହିଲା, “ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?”

13ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ।

14ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.