ବିଚାରକର୍ତ୍ତା 13

ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?”

Judges 13:18 (UKJV) And the angel of the LORD said unto him, Why ask you thus after my name, seeing it is secret?

16ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର।” ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା।

17ଏଥିଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ଆପଣଙ୍କର ନାମ କଅଣ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ।”

18ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?”

19ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା। ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ।

20ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ୱଗମନ କଲେ। ସେସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁ ମାଡ଼ି ପଡ଼ିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.