17ଏଥିଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ଆପଣଙ୍କର ନାମ କଅଣ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ।”
18ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?”
19ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା। ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ।
20ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ୱଗମନ କଲେ। ସେସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁ ମାଡ଼ି ପଡ଼ିଲେ।
21ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା।