ବିଚାରକର୍ତ୍ତା 13

ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା।

Judges 13:21 (UKJV) But the angel of the LORD did no more appear to Manoah and to his wife. Then Manoah knew that he was an angel of the LORD.

19ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା। ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ।

20ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ୱଗମନ କଲେ। ସେସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁ ମାଡ଼ି ପଡ଼ିଲେ।

21ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା।

22ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”

23ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, “ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାଆନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଗ୍ରହଣ କରି ନ ଥାଆନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାଆନ୍ତେ, କିଅବା ଏସମୟରେ ଏପରି କଥା ଶୁଣାଇ ନ ଥାଆନ୍ତେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.