2ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।
3ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।
4ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;
5କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”
6ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;