ବିଚାରକର୍ତ୍ତା 13

କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”

Judges 13:5 (UKJV) For, lo, you shall conceive, and bear a son; and no razor shall come on his head: for the child shall be a Nazarite unto God from the womb: and he shall begin to deliver Israel out of the hand of the Philistines.

3ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।

4ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;

5କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”

6ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;

7ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.