ବିଚାରକର୍ତ୍ତା 13

ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;

Judges 13:6 (UKJV) Then the woman came and told her husband, saying, A man of God came unto me, and his countenance was like the countenance of an angel of God, very terrible: but I asked him not whence he was, neither told he me his name:

4ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;

5କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”

6ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;

7ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”

8ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.