ବିଚାରକର୍ତ୍ତା 14

ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।

Judges 14:12 (UKJV) And Samson said unto them, I will now put forth a riddle unto you: if all of you can certainly declare it me within the seven days of the feast, and find it out, then I will give you thirty sheets and thirty change of garments:

10ଏଥିଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍‍ଶୋନ୍‍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।

11ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।

12ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।

13ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ।” ଆଉ ସେମାନେ ତାହାକୁ କହିଲେ, “ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।”

14ତହିଁରେ ସେ ସେମାନଙ୍କୁ କହିଲା, “ଖାଦକଠାରୁ ଖାଦ୍ୟ ଓ ବଳବାନ‍ଠାରୁ ମିଷ୍ଟତା ନିର୍ଗତ ହେଲା।” ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.