ବିଚାରକର୍ତ୍ତା 14

ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ।” ଆଉ ସେମାନେ ତାହାକୁ କହିଲେ, “ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।”

Judges 14:13 (UKJV) But if all of you cannot declare it me, then shall all of you give me thirty sheets and thirty change of garments. And they said unto him, Put forth your riddle, that we may hear it.

11ପୁଣି ସେମାନେ ତାହାକୁ ଦେଖନ୍ତେ, ତାହା ସଙ୍ଗେ ରହିବା ପାଇଁ ତିରିଶ ଜଣ ମିତ୍ର ଆଣିଲେ।

12ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରହେଳିକା କହେ। ତୁମ୍ଭେମାନେ ଯେବେ ଏହି ଭୋଜିର ସାତ ଦିନ ମଧ୍ୟରେ ତହିଁର ଅର୍ଥ ବାହାର କରି ମୋତେ ଜଣାଇବ, ତେବେ ମୁଁ ତୁମ୍ଭମାନଙ୍କୁ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବି।

13ମାତ୍ର ଯେବେ ତୁମ୍ଭେମାନେ ମୋତେ ତହିଁର ଅର୍ଥ ଜଣାଇ ନ ପାରିବ, ତେବେ ତୁମ୍ଭେମାନେ ମୋତେ ତିରିଶ ମସିନା ବସ୍ତ୍ର ଓ ତିରିଶ ସାଜ ପୋଷାକ ଦେବ।” ଆଉ ସେମାନେ ତାହାକୁ କହିଲେ, “ତୁମ୍ଭର ପ୍ରହେଳିକା କୁହ, ଆମ୍ଭେମାନେ ତାହା ଶୁଣିବୁ।”

14ତହିଁରେ ସେ ସେମାନଙ୍କୁ କହିଲା, “ଖାଦକଠାରୁ ଖାଦ୍ୟ ଓ ବଳବାନ‍ଠାରୁ ମିଷ୍ଟତା ନିର୍ଗତ ହେଲା।” ମାତ୍ର ସେମାନେ ତିନି ଦିନ ଯାଏ ପ୍ରହେଳିକାର ଅର୍ଥ ଜଣାଇ ପାରିଲେ ନାହିଁ।

15ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, “ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକୁ ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.