ବିଚାରକର୍ତ୍ତା 14

ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”

Judges 14:18 (UKJV) And the men of the city said unto him on the seventh day before the sun went down, What is sweeter than honey? And what is stronger than a lion? and he said unto them, If all of you had not plowed with my heifer, all of you had not found out my riddle.

16ତହିଁରେ ଶାମ୍‍ଶୋନ୍‍ର ଭାର୍ଯ୍ୟା ତାହାକୁ ଧରି କାନ୍ଦି କହିଲା, “ତୁମ୍ଭେ କେବଳ ମୋତେ ଘୃଣା କରୁଅଛ, କିଛି ପ୍ରେମ କରୁ ନାହଁ; ତୁମ୍ଭେ ମୋʼ ଲୋକଙ୍କ ସନ୍ତାନମାନଙ୍କୁ ଗୋଟିଏ ପ୍ରହେଳିକା କହିଅଛ, ମାତ୍ର ତାହା ମୋତେ ବୁଝାଇ ଦେଇ ନାହଁ।” ତହିଁରେ ସେ ତାହାକୁ କହିଲା, “ଦେଖ, ମୁଁ ଆପଣା ପିତା କି ମାତାକୁ ବୁଝାଇ ଦେଇ ନାହିଁ, ଆଉ କି ତୁମ୍ଭକୁ ବୁଝାଇଦେବି?”

17ପୁଣି ସେ ଭୋଜିର ସପ୍ତମ ଦିନ ପର୍ଯ୍ୟନ୍ତ ତାହାକୁ ଧରି କାନ୍ଦିଲା; ତହିଁରେ ସେ ତାହାକୁ ନିତାନ୍ତ ଅନୁରୋଧ କରିବାରୁ ଶାମ୍‍ଶୋନ୍‍ ସପ୍ତମ ଦିନରେ ତାହା ତାହାକୁ ବୁଝାଇଦେଲା; ତହୁଁ ସେ ଆପଣା ଲୋକଙ୍କ ସନ୍ତାନମାନଙ୍କୁ ସେହି ପ୍ରହେଳିକା ବୁଝାଇଦେଲା।

18ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”

19ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା।

20ମାତ୍ର ଶାମ୍‍ଶୋନ୍‍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.