18ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”
19ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା।
20ମାତ୍ର ଶାମ୍ଶୋନ୍ ଯାହାକୁ ଆପଣାର ବନ୍ଧୁ ପରି କରିଥିଲା, ତାହାକୁ ତାହାର ଭାର୍ଯ୍ୟା ଦିଆଗଲା।