ବିଚାରକର୍ତ୍ତା 15

ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍‍ଶୋନ୍‍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, “ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି।” ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।

Judges 15:1 (UKJV) But it came to pass within a while after, in the time of wheat harvest, that Samson visited his wife with a kid; and he said, I will go in to my wife into the chamber. But her father would not suffer him to go in.

1ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍‍ଶୋନ୍‍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, “ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି।” ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।

2ପୁଣି ତାହାର ପିତା କହିଲା, “ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।”

3ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.