15ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା।
16ତହୁଁ ଶାମ୍ଶୋନ୍ କହିଲା:- “ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା।”
17ଏହା କହିବାର ଶେଷ କଲା ଉତ୍ତାରେ ସେ ଆପଣା ହସ୍ତରୁ ଗଧ ଥୋମଣି ପକାଇଦେଲା; ପୁଣି ସେହି ସ୍ଥାନର ନାମ ରାମତ୍-ଲିହୀ ହେଲା।
18ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, “ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହା ଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।”
19ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।