ବିଚାରକର୍ତ୍ତା 15

ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍‍-ହକ୍‍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।

Judges 15:19 (UKJV) But God clave an hollow place that was in the jaw, and there came water from it; and when he had drunk, his spirit came again, and he revived: wherefore he called the name thereof Enhakkore, which is in Lehi unto this day.

17ଏହା କହିବାର ଶେଷ କଲା ଉତ୍ତାରେ ସେ ଆପଣା ହସ୍ତରୁ ଗଧ ଥୋମଣି ପକାଇଦେଲା; ପୁଣି ସେହି ସ୍ଥାନର ନାମ ରାମତ୍‍-ଲିହୀ ହେଲା।

18ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, “ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହା ଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।”

19ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍‍-ହକ୍‍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।

20ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.