18ଏଥିଉତ୍ତାରେ ସେ ଅତି ତୃଷାର୍ତ୍ତ ହୋଇ ସଦାପ୍ରଭୁଙ୍କୁ ଡାକି କହିଲା, “ତୁମ୍ଭେ ଆପଣା ଦାସର ହସ୍ତ ଦ୍ୱାରା ଏହି ମହା ଉଦ୍ଧାର ସାଧନ କରିଅଛ; ଏବେ ମୁଁ ତୃଷ୍ଣାରେ ମରିବି ଓ ଏହି ଅସୁନ୍ନତମାନଙ୍କ ହସ୍ତରେ ପଡ଼ିବି।”
19ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍-ହକ୍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।
20ଆଉ ସେ ପଲେଷ୍ଟୀୟମାନଙ୍କ ସମୟରେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।