ବିଚାରକର୍ତ୍ତା 15

ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।”

Judges 15:3 (UKJV) And Samson said concerning them, Now shall I be more blameless than the Philistines, though I do them a displeasure.

1ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍‍ଶୋନ୍‍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, “ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି।” ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।

2ପୁଣି ତାହାର ପିତା କହିଲା, “ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।”

3ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।”

4ତହୁଁ ଶାମ୍‍ଶୋନ୍‍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା।

5ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇ ବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.