ବିଚାରକର୍ତ୍ତା 15

ତହୁଁ ଶାମ୍‍ଶୋନ୍‍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା।

Judges 15:4 (UKJV) And Samson went and caught three hundred foxes, and took firebrands, and turned tail to tail, and put a firebrand in the midst between two tails.

2ପୁଣି ତାହାର ପିତା କହିଲା, “ମୁଁ ନିଶ୍ଚୟ ବୋଧ କଲି ଯେ, ତୁମ୍ଭେ ତାହାକୁ ନିତାନ୍ତ ଘୃଣା କଲ; ଏଣୁ ମୁଁ ତାହାକୁ ତୁମ୍ଭ ମିତ୍ରକୁ ଦେଲି; ତାହାର ସାନ ଭଉଣୀ କି ତାହାଠାରୁ ସୁନ୍ଦରୀ ନୁହେଁ? ବିନୟ କରୁଅଛି, ତାହା ବଦଳେ ତାହାକୁ ଗ୍ରହଣ କର।”

3ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।”

4ତହୁଁ ଶାମ୍‍ଶୋନ୍‍ ଯାଇ ତିନି ଶହ ବିଲୁଆ ଧରି ଓ ଦିହୁଡ଼ି ନେଇ ଲାଙ୍ଗୁଳକୁ ଲାଙ୍ଗୁଳ ବାନ୍ଧିଲା, ଆଉ ଦୁଇ ଦୁଇ ଲାଙ୍ଗୁଳ ମଧ୍ୟରେ ଏକ ଏକ ଦିହୁଡ଼ି ଦେଲା।

5ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇ ବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା।

6ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, “ଏହା କିଏ କରିଅଛି?” ତହିଁରେ ଲୋକମାନେ କହିଲେ, “ତିମ୍ନୀୟର ଜୁଆଁଇ ଶାମ୍‍ଶୋନ୍‍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା।” ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.