5ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇ ବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା।
6ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, “ଏହା କିଏ କରିଅଛି?” ତହିଁରେ ଲୋକମାନେ କହିଲେ, “ତିମ୍ନୀୟର ଜୁଆଁଇ ଶାମ୍ଶୋନ୍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା।” ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ।
7ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, “ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।”
8ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍ ଶୈଳର ସୁଡ଼ଙ୍ଗରେ ବାସ କଲା।
9ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ।