6ସେତେବେଳେ ପଲେଷ୍ଟୀୟମାନେ ପଚାରିଲେ, “ଏହା କିଏ କରିଅଛି?” ତହିଁରେ ଲୋକମାନେ କହିଲେ, “ତିମ୍ନୀୟର ଜୁଆଁଇ ଶାମ୍ଶୋନ୍, ଯେହେତୁ ସେ ତାହାର ଭାର୍ଯ୍ୟାକୁ ନେଇ ତାହାର ମିତ୍ରକୁ ଦେଲା।” ଏଥିରେ ପଲେଷ୍ଟୀୟମାନେ ଆସି ସେହି ସ୍ତ୍ରୀକୁ ଓ ତାହାର ପିତାକୁ ଅଗ୍ନିରେ ଦଗ୍ଧ କଲେ।
7ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, “ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।”
8ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍ ଶୈଳର ସୁଡ଼ଙ୍ଗରେ ବାସ କଲା।
9ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ।
10ତହିଁରେ ଯିହୁଦାର ଲୋକମାନେ ପଚାରିଲେ, “ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ?” ସେମାନେ କହିଲେ, “ଶାମ୍ଶୋନ୍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ।”