ବିଚାରକର୍ତ୍ତା 15

ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ।

Judges 15:9 (UKJV) Then the Philistines went up, and pitched in Judah, and spread themselves in Lehi.

7ତହୁଁ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ଯେବେ ତୁମ୍ଭେମାନେ ଏପରି କଲ, ତେବେ ଅବଶ୍ୟ ମୁଁ ତହିଁର ପରିଶୋଧ ନେବି ଓ ତହିଁ ଉତ୍ତାରେ କ୍ଷାନ୍ତ ହେବି।”

8ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍‍ ଶୈଳର ସୁଡ଼ଙ୍ଗରେ ବାସ କଲା।

9ତେଣୁ ପଲେଷ୍ଟୀୟମାନେ ଉପରକୁ ଯାଇ ଯିହୁଦା ଦେଶରେ ଛାଉଣି ସ୍ଥାପନ କରି ଲିହୀରେ ବ୍ୟାପି ରହିଲେ।

10ତହିଁରେ ଯିହୁଦାର ଲୋକମାନେ ପଚାରିଲେ, “ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କ ବିରୁଦ୍ଧରେ ଆସିଅଛ?” ସେମାନେ କହିଲେ, “ଶାମ୍‍ଶୋନ୍‍କୁ ବାନ୍ଧି ସେ ଯେପରି ଆମ୍ଭମାନଙ୍କ ପ୍ରତି କରିଅଛି, ସେପରି ଆମ୍ଭେମାନେ ତାହା ପ୍ରତି କରିବାକୁ ଆସିଅଛୁ।”

11ଏଥିରେ ଯିହୁଦାର ତିନି ହଜାର ଲୋକ ଐଟମ୍‍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍‍ଶୋନ୍‍କୁ କହିଲେ, “ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ?” ପୁଣି ସେ ସେମାନଙ୍କୁ କହିଲା, “ସେମାନେ ମୋʼ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.