ବିଚାରକର୍ତ୍ତା 16

ଏଥିଉତ୍ତାରେ ଶାମ୍‍ଶୋନ୍‍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।

Judges 16:1 (UKJV) Then went Samson to Gaza, and saw there an harlot, and went in unto her.

1ଏଥିଉତ୍ତାରେ ଶାମ୍‍ଶୋନ୍‍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।

2ତହିଁରେ ଶାମ୍‍ଶୋନ୍‍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର-ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।

3ମାତ୍ର ଶାମ୍‍ଶୋନ୍‍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ ଶୃଙ୍ଗକୁ ଘେନିଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.