12ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, “ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ସେସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।
13ତେବେ ଦଲୀଲା ଶାମ୍ଶୋନ୍କୁ କହିଲା, “ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ।” ତହିଁରେ ସେ ତାହାକୁ କହିଲା, “ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତ ବେଣୀ ବୁଣିବ, ତେବେ ହୋଇପାରେ।”
14ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା।
15ଏଣୁ ସେ ତାହାକୁ କହିଲା, “ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ‘ତୁମ୍ଭେ ମୋତେ ପ୍ରେମ କରୁଅଛ’ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।”
16ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା।