16ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା।
17ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।”
18ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ “ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି,” ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;
19ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
20ତହୁଁ ସେ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।