19ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
20ତହୁଁ ସେ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।
21ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।
22ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା।
23ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍ଶୋନ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”