ବିଚାରକର୍ତ୍ତା 16

ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, “ଶାମ୍‍ଶୋନ୍‍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ।” ତହୁଁ ସେମାନେ ଶାମ୍‍ଶୋନ୍‍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।

Judges 16:25 (UKJV) And it came to pass, when their hearts were merry, that they said, Call for Samson, that he may make us sport. And they called for Samson out of the prison house; and he made them sport: and they set him between the pillars.

23ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍‍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍‍ଶୋନ୍‍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”

24ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, “ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”

25ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, “ଶାମ୍‍ଶୋନ୍‍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ।” ତହୁଁ ସେମାନେ ଶାମ୍‍ଶୋନ୍‍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।

26ତହୁଁ ଶାମ୍‍ଶୋନ୍‍ ଆପଣା ହସ୍ତଧାରୀ ବାଳକକୁ କହିଲା, “ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ିଦିଅ, ମୁଁ ତହିଁ ଉପରେ ଆଉଜିବି।”

27ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍‍ଶୋନ୍‍ର କୌତୁକ ଦେଖୁଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.