ବିଚାରକର୍ତ୍ତା 16

ତହୁଁ ଶାମ୍‍ଶୋନ୍‍ ଆପଣା ହସ୍ତଧାରୀ ବାଳକକୁ କହିଲା, “ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ିଦିଅ, ମୁଁ ତହିଁ ଉପରେ ଆଉଜିବି।”

Judges 16:26 (UKJV) And Samson said unto the lad that held him by the hand, Suffer me that I may feel the pillars whereupon the house stands, that I may lean upon them.

24ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, “ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”

25ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, “ଶାମ୍‍ଶୋନ୍‍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ।” ତହୁଁ ସେମାନେ ଶାମ୍‍ଶୋନ୍‍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।

26ତହୁଁ ଶାମ୍‍ଶୋନ୍‍ ଆପଣା ହସ୍ତଧାରୀ ବାଳକକୁ କହିଲା, “ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ିଦିଅ, ମୁଁ ତହିଁ ଉପରେ ଆଉଜିବି।”

27ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍‍ଶୋନ୍‍ର କୌତୁକ ଦେଖୁଥିଲେ।

28ସେତେବେଳେ ଶାମ୍‍ଶୋନ୍‍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.