28ସେତେବେଳେ ଶାମ୍ଶୋନ୍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।”
29ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍ଶୋନ୍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା।
30ପୁଣି ଶାମ୍ଶୋନ୍ କହିଲା, “ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ।” ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ।
31ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।