5ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
6ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, “ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?”
7ତହିଁରେ ଶାମ୍ଶୋନ୍ ତାହାକୁ କହିଲା, “ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୋଟି କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।”
8ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟି କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।
9ସେସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।