ବିଚାରକର୍ତ୍ତା 16

ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟି କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।

Judges 16:8 (UKJV) Then the lords of the Philistines brought up to her seven green withes which had not been dried, and she bound him with them.

6ତହୁଁ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?”

7ତହିଁରେ ଶାମ୍‍ଶୋନ୍‍ ତାହାକୁ କହିଲା, “ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୋଟି କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।”

8ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟି କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।

9ସେସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, “ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।

10ଏଥିଉତ୍ତାରେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.