ବିଚାରକର୍ତ୍ତା 17

ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।

Judges 17:4 (UKJV) Yet he restored the money unto his mother; and his mother took two hundred shekels of silver, and gave them to the founder, who made thereof a graven image and a molten image: and they were in the house of Micah.

2ସେ ଆପଣା ମାତାକୁ କହିଲା, “ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି;” ତହିଁରେ ତାହାର ମାତା କହିଲା, “ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ହେଉ।”

3ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, “ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।”

4ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।

5ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।

6ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.