4ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।
5ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।
6ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।
7ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।
8ପୁଣି ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥଲିହିମ-ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।