ବିଚାରକର୍ତ୍ତା 17

ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।

Judges 17:7 (UKJV) And there was a young man out of Bethlehemjudah of the family of Judah, who was a Levite, and he sojourned there.

5ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।

6ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।

7ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।

8ପୁଣି ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍‍, ବେଥଲିହିମ-ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।

9ତହିଁରେ ମୀଖା ତାହାକୁ ପଚାରିଲା, “ତୁମ୍ଭେ କେଉଁଠାରୁ ଆସିଲ?” ସେ ଉତ୍ତର କଲା, “ମୁଁ ବେଥଲିହିମ-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.