7ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।
8ପୁଣି ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥଲିହିମ-ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।
9ତହିଁରେ ମୀଖା ତାହାକୁ ପଚାରିଲା, “ତୁମ୍ଭେ କେଉଁଠାରୁ ଆସିଲ?” ସେ ଉତ୍ତର କଲା, “ମୁଁ ବେଥଲିହିମ-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି।”
10ତହିଁରେ ମୀଖା ତାହାକୁ କହିଲା, “ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି।” ତହିଁରେ ସେ ଲେବୀୟ ଲୋକ ଗଲା।
11ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା।