ବିଚାରକର୍ତ୍ତା 18

ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।

Judges 18:11 (UKJV) And there went from thence of the family of the Danites, out of Zorah and out of Eshtaol, six hundred men appointed with weapons of war.

9ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ।

10ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”

11ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।

12ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍‍-ଯିୟାରୀମ୍‍ର ପଛରେ ଅଛି।

13ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.