10ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”
11ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।
12ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍-ଯିୟାରୀମ୍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍-ଯିୟାରୀମ୍ର ପଛରେ ଅଛି।
13ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।
14ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, “ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।”