12ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍-ଯିୟାରୀମ୍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍-ଯିୟାରୀମ୍ର ପଛରେ ଅଛି।
13ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।
14ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, “ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।”
15ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳ ବାର୍ତ୍ତା ପଚାରିଲେ।
16ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର-ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ।