15ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳ ବାର୍ତ୍ତା ପଚାରିଲେ।
16ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର-ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ।
17ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେସମୟରେ ଯାଜକ ଦ୍ୱାର-ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।
18ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଦିତ ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, “ତୁମ୍ଭେମାନେ କଅଣ କରୁଅଛ?”
19ତହିଁରେ ସେମାନେ ତାହାକୁ କହିଲେ, “ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?”