21ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ।
22ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।
23ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, “ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ?”
24ତହିଁରେ ସେ କହିଲା, “ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଅଛ, ‘ତୁମ୍ଭର କଅଣ ହେଲା?’”
25ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, “ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।”